fbpx

ରାଜ୍ୟରେ ପୁଣି ଫେରିଲା ଶୀତ: ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା, ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର, (ଭାସ୍କର ନ୍ୟୁଜ): ସାରା ରାଜ୍ୟରେ ପୁଣି ଫେରିଛି ଶୀତ । ଆଗାମୀ ୪ ଦିନ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଦିନେ ଦୁଇଦିନ ମଧ୍ୟରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏବେ ଆଉ ବର୍ଷା ହେବାର ସମ୍ଭାବନା ନଥିବାରୁ ଶୀତର ପ୍ରଭାବ ଜାରି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଆଜି କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟ ଇତ୍ୟାଦି ଜିଲ୍ଲାର କେତେକ ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି ।

ସେହିପରି ୭ ତାରିଖରେ ଉପକୂଳ ଜିଲ୍ଲାର ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନ ସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ ଓ ପୁରୀ ଇତ୍ୟାଦି ଜିଲ୍ଲାରେ ଘନକୁହୁଡ଼ିର ସମ୍ଭାବନା ରହିଛି । ଏନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ୮ ତାରିଖରେ ଉପକୂଳ ଜିଲ୍ଲା ସମେତ ଅନୁଗୁଳ, ଢେଙ୍କାନାଳ ଏବଂ ୯ ତାରିଖରେ କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଇତ୍ୟାଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.