ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୧୭୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୯୭ ଓ ସ୍ଥାନୀୟ ଅଞ୍ଚଳରୁ ୭୧୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୨୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୧ ହଜାର ୫୨୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୪୫ ହଜାର ୨୬ ରହିଥିବା ବେଳେ ୧୭ ହଜାର ୬୪୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 8th Feb
New Positive Cases: 1712
Of which 0-18 years: 323
In quarantine: 997
Local contacts: 715(Details of local contacts will be shared by concerned District)
1. Angul: 79
2. Balasore: 54
3. Bargarh: 17
4. Bhadrak: 22
5. Balangir: 31
6. Boudh: 29— I & PR Department, Odisha (@IPR_Odisha) February 9, 2022
23. Nawarangpur: 26
24. Nayagarh: 45
25. Nuapada: 39
26. Puri: 40
27. Rayagada: 34
28. Sambalpur: 56
29. Sonepur: 54
30. Sundargarh: 147
31. State Pool: 48New recoveries: 3429
Cumulative tested: 28166786
Positive: 1271523
Recovered: 1245026
Active cases: 17647— I & PR Department, Odisha (@IPR_Odisha) February 9, 2022