fbpx

୧୯ ରେ ପୁରୀ ଆସୁଛନ୍ତି ରାଷ୍ଟ୍ରପତି: କରିବେ ଶ୍ରୀଜିଉଙ୍କ ଦର୍ଶନ, ସାଧାରଣ ଭକ୍ତଙ୍କ ଦର୍ଶନ ଉପରେ କଟକଣା

୧୯ ତାରିଖ ଦିନ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ । ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଦର୍ଶନ କାର୍ଯ୍ୟକ୍ରମ ଯୋଗୁଁ ସୁରକ୍ଷା ଦୃଷ୍ଟିରୁ ସ୍ୱତନ୍ତ୍ର କଟକଣା କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅପରାହ୍ନ ୫ଟାରୁ ୫ଟା ୪୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ରହିବେ ରାଷ୍ଟ୍ରପତି । ତେବେ ରାଷ୍ଟ୍ରପତି ଯାଇସାରିବା ପରେ ୬ ଟାରୁ ସାଧାରଣ ଭକ୍ତ ପ୍ରବେଶ କରିପାରିବେ । ଏନେଇ ସୂଚନା ଦେଇଛନ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ।

ସୂଚନାଯୋଗ୍ୟ, ଆସନ୍ତା ଫେବୃଆରୀ ୧୯ରେ ପୁରୀ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀରେ ଇସ୍କନ ଗୌଡ଼ୀୟ ମଠର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସୁଛନ୍ତି । ଏହି ଗସ୍ତ ସମୟରେ ଶ୍ରୀମନ୍ଦିର ଯାଇ ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ସେପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ପୂର୍ବରୁ ଜିଲ୍ଲା ପ୍ରଶାସନ ସମସ୍ତ କାର୍ଯ୍ୟକ୍ରମ ଏବଂ ସୁରକ୍ଷା ବ୍ୟବସ୍ଥାର ସ୍ଥିତି ତଦାରଖ କରୁଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ୪୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯିବାନେଇ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.