fbpx

ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ କବି ଜୟନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ କବି ଜୟନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥାରେ ହଠାତ୍ ଅବନତି ଘଟିଛି । ତେଣୁ ତାଙ୍କୁ ଚିକିତ୍ସା ନିମନ୍ତେ କଟକର ଏସସିବିରେ ଭର୍ତ୍ତି କରାଯାଇଛି । ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିବା ଜଣାପଡ଼ିଛି । ବଦହଜମି କାରଣରୁ ତାଙ୍କର ଝାଡ଼ାବାନ୍ତି ହୋଇଥିଲା ଓ ସେ ଅସୁସ୍ଥ ହୋଇପଡ଼ିଥିଲେ । ତେବେ ବର୍ତ୍ତମାନ ଜୟନ୍ତଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଡାକ୍ତର ସୂଚନା ଦେଇଛନ୍ତି ।

ଗତକାଲି ସେ ସକାଳ ୮ଟା ସମୟରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବାରିପଦା ଯାଇଥିଲା । ସେଠାରେ ସେ ରାତିରେ ଏକ ହୋଟେଲରେ ରହିଥିବା ବେଳେ ଗୁରୁତର ହୋଇପଡ଼ିଥିଲେ । ଏହାପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସୂଚନାଯୋଗ୍ୟ ଯେ, କରୋନାରୁ ମୁକ୍ତ ହେବା ପରେ ସେ ଅତ୍ୟନ୍ତ ଦୁର୍ବଳ ଅନୁଭବ କରୁଥିଲେ । ୧୯୨୮ରେ କଟକରେ ଜନ୍ମଗ୍ରହଣ କରିଥିବା ଜୟନ୍ତ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷାରେ ଅନେକ କବିତା ଓ କ୍ଷୁଦ୍ରଗଳ୍ପ ରଚନା କରିଛନ୍ତି । ତାଙ୍କର ସାହିତ୍ୟ ପ୍ରତିଭା ପାଇଁ ତାଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର ଓ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା ।

Get real time updates directly on you device, subscribe now.