fbpx

ରାଜ୍ୟରେ ବଦଳିଲା ପାଗ, ଆସନ୍ତା ୩ ଦିନ ଯାଏଁ ବର୍ଷିବା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟ ବଦିଳା ପାଗ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସାଙ୍ଗକୁ କୁହୁଡି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଶନିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବର୍ଷାର ପରିମାଣ ଅଧିକ ନହେଲେ ବି ହାଲକା ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ସେପଟେ ଦକ୍ଷିଣ ଉପକୂଳ ଓଡିଶାରେ ମଧ୍ୟମ ଧରଣର କୁହୁଡି ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଜଣାଯାଇଛି । ରବିବାର ସୁନ୍ଦରଗଡ, ଝାରସୁଗୁଡା, ଦେଓଗଡ, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ହାଲକା ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ଏଭଳି ପାଗ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରହିବ ବୋଲି ପ୍ରକାଶ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Get real time updates directly on you device, subscribe now.