fbpx

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡ଼ିୟମରେ ପହଞ୍ଚି ନବୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଓଡ଼ିଶା ମହିଳା ଫୁଟବଲ ଲିଗ ମ୍ୟାଚ ମଧ୍ୟ ସେ ବୁଲି ଦେଖିଛନ୍ତି । ଟି ସାର୍ଟ ଓ ଟ୍ରାକ ପ୍ୟାଣ୍ଟରେ ଖେଳ ଦେଖିଲେ ନବୀନ ।

ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିର ପରିଦର୍ଶନ କରିବା ସହ ଏକାମ୍ର ପ୍ରକଳ୍ପ କାର୍ଯ୍ୟକ୍ରମ ଅନୁଯାୟୀ ମନ୍ଦିରର ବିକାଶ କାର୍ଯ୍ୟରେ ଅଗ୍ରଗତି ବିଷୟରେ ସମୀକ୍ଷା କରିଥିଲେ । ମନ୍ଦିରର ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା ମଧ୍ୟ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ମନ୍ଦିର ଚାରିପଟେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

Get real time updates directly on you device, subscribe now.