ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୪୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୭୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୩୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୨୯୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୬୯ ହଜାର ୨୫୩ ରହିଥିବା ବେଳେ ୪ ହଜାର ୯୫୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 21st Feb
New Positive Cases: 428
Of which 0-18 years: 136
In quarantine: 249
Local contacts: 179(Details of local contacts will be shared by concerned District)
1. Angul: 15
2. Balasore: 5
3. Bargarh: 5
4. Balangir: 1
5. Boudh: 1
6. Cuttack: 27— I & PR Department, Odisha (@IPR_Odisha) February 22, 2022
23. Nayagarh: 7
24. Nuapada: 5
25. Puri: 2
26. Rayagada: 13
27. Sambalpur: 14
28. Sonepur: 4
29. Sundargarh: 96
30. State Pool: 9New recoveries: 1095
Cumulative tested: 28932478
Positive: 1283297
Recovered: 1269253
Active cases: 4955— I & PR Department, Odisha (@IPR_Odisha) February 22, 2022