fbpx

ଭାରତରେ ତୃତୀୟ କରୋନା ରୋଗୀଙ୍କ ମୃତ୍ୟୁ

ମୁମ୍ବାଇ, ୧୭ା୩: ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗି ପଡ଼ିଛି । ଏହାରି ମଧ୍ୟରେ ଭାରତରେ ତୃତୀୟ କରୋନା ରୋଗୀଙ୍କ ଆଜି ମୃତ୍ୟୁ ଘଟିଥିବା ସୂଚନା ମିଳିଛି । କର୍ଣ୍ଣାଟକ ଓ ଦିଲ୍ଲୀ ପରେ ଆଜି ମୁମ୍ବାଇରେ କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି । ମୁମ୍ବାଇରେ ୬୪ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୁମ୍ବାଇର କସ୍ତୁରବା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

ଉଲ୍ଲେଖଯୋଗ୍ୟ ଯେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩ଜଣ ଭାରତୀୟ ଥିବା ବେଳେ ୨୨ଜଣ ବିଦେଶୀ ନାଗରିକ ରହିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ଭାରତରେ କରୋନାରେ ୩ଜଣଙ୍କର ମୃତ୍ୟୁ ହୋଇସାରିଛି । ସେହିପରି ଓଡ଼ିଶାରେ ମଧ୍ୟ ଜଣେ କରୋନାରେ ଆକ୍ରାନ୍ତ ଅଛନ୍ତି ।

Get real time updates directly on you device, subscribe now.