ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୧୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୯ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୨୦୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୩ ହଜାର ୭୩୪ ରହିଥିବା ବେଳେ ୨ ହଜାର ୩୪୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 28th Feb
New Positive Cases: 168
Of which 0-18 years: 29
In quarantine: 99
Local contacts: 69(Details of local contacts will be shared by concerned District)
1. Angul: 4
2. Balasore: 14
3. Bhadrak: 1
4. Balangir: 2
5. Boudh: 1
6. Cuttack: 9
7. Dhenkanal: 2— I & PR Department, Odisha (@IPR_Odisha) March 1, 2022
23. Sambalpur: 31
24. Sundargarh: 14
25. State Pool: 2New recoveries: 430
Cumulative tested: 29308260
Positive: 1285206
Recovered: 1273734
Active cases: 2340— I & PR Department, Odisha (@IPR_Odisha) March 1, 2022