ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୧୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୬ ଓ ସ୍ଥାନୀୟ ଅଞ୍ଚଳରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୩୪୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୪ ହଜାର ୪୮ ରହିଥିବା ବେଳେ ୨ ହଜାର ୧୬୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 1st March
New Positive Cases: 143
Of which 0-18 years: 28
In quarantine: 86
Local contacts: 57(Details of local contacts will be shared by concerned District)
1. Angul: 8
2. Balasore: 11
3. Bargarh: 1
4. Bhadrak: 2
5. Balangir: 1
6. Boudh: 3
7. Cuttack: 8— I & PR Department, Odisha (@IPR_Odisha) March 2, 2022
23. Sonepur: 6
24. Sundargarh: 9
25. State Pool: 2New recoveries: 314
Cumulative tested: 29358741
Positive: 1285349
Recovered: 1274048
Active cases: 2163— I & PR Department, Odisha (@IPR_Odisha) March 2, 2022