fbpx

ବ୍ରହ୍ମପୁର ବିଦ୍ୟୁତ ବିଭାଗ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ବ୍ରହ୍ମପୁର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୁର୍ନୀତି ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ବ୍ରହ୍ମପୁର ବିଦ୍ୟୁତ ବିଭାଗ କାର୍ଯ୍ୟନିର୍ବାହିୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ସୂଚନା ମିଳିଛି । ଜଗନ୍ନାଥଙ୍କ ଘର ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି । ବ୍ରହ୍ମପୁର, ଛତ୍ରପୁର ଓ ଭୁବନେଶ୍ୱରର ୫ଟି ସ୍ଥାନରେ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହୋଇଛି, ସେନେଇ କୌଣସି ସୂଚନା ମିଳିପାରି ନାହିଁ । ଚଢ଼ାଉ ଏବେ ବି ଜାରି ରହିଥିବା ନେଇ ସୂଚନା ମିଳିଛି ।

Get real time updates directly on you device, subscribe now.