ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୦ ଓ ସ୍ଥାନୀୟ ଅଞ୍ଚଳରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୬୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୫୬୫ ରହିଥିବା ବେଳେ ୮୯୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 12th March
New Positive Cases: 86
Of which 0-18 years: 23
In quarantine: 50
Local contacts: 36(Details of local contacts will be shared by concerned District)
1. Balasore: 4
2. Balangir: 6
3. Boudh: 1
4. Cuttack: 5
5. Gajapati: 9
6. Ganjam: 1— I & PR Department, Odisha (@IPR_Odisha) March 13, 2022
New recoveries: 163
Cumulative tested: 29875927
Positive: 1286626
Recovered: 1276565
Active cases: 897— I & PR Department, Odisha (@IPR_Odisha) March 13, 2022