ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ଏହାପରେ ଚଳିତ ମାର୍ଚ୍ଚ ମାସରେ ମଧ୍ୟ ଧୀରେଧୀରେ ଦୈନିକ ପଜିଟିଭ୍ ଓ ମୃତ୍ୟୁ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି ।
ଆଜି ୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୫ ଓ ସ୍ଥାନୀୟ ଅଞ୍ଚଳରୁ ୩୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୨ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୮୫୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୯୩୪ ରହିଥିବା ବେଳେ ୭୫୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 15th March
New Positive Cases: 80
Of which 0-18 years: 12
In quarantine: 45
Local contacts: 35(Details of local contacts will be shared by concerned District)
1. Balasore: 5
2. Bargarh: 1
3. Balangir: 4
4. Boudh: 2
5. Cuttack: 3
6. Deogarh: 3— I & PR Department, Odisha (@IPR_Odisha) March 16, 2022
New recoveries: 152
Cumulative tested: 30011403
Positive: 1286852
Recovered: 1276934
Active cases: 750— I & PR Department, Odisha (@IPR_Odisha) March 16, 2022