ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ଏହାପରେ ଚଳିତ ମାର୍ଚ୍ଚ ମାସରେ ମଧ୍ୟ ଧୀରେଧୀରେ ଦୈନିକ ପଜିଟିଭ୍ ଓ ମୃତ୍ୟୁ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି ।
ଆଜି ୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୬ ଓ ସ୍ଥାନୀୟ ଅଞ୍ଚଳରୁ ୩୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୯ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୩୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୧୫୩ ରହିଥିବା ବେଳେ ୭୧୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 17th March
New Positive Cases: 79
Of which 0-18 years: 9
In quarantine: 46
Local contacts: 33(Details of local contacts will be shared by concerned District)
1. Angul: 3
2. Balasore: 5
3. Bhadrak: 1
4. Balangir: 6
5. Boudh: 1
6. Cuttack: 2
7. Gajapati: 8— I & PR Department, Odisha (@IPR_Odisha) March 18, 2022
New recoveries: 108
Cumulative tested: 30106368
Positive: 1287036
Recovered: 1277153
Active cases: 714— I & PR Department, Odisha (@IPR_Odisha) March 18, 2022