fbpx

ପିଲାଙ୍କୁ ନେଇ ଯିବା ବାଟରେ ଦୁର୍ଘଟଣା: ୮ ଛାତ୍ର ଆହତ, ମେଡିକାଲରେ ଭର୍ତ୍ତି

ବଲାଙ୍ଗିର: ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ବେଳେ ଘଟିଯାଇଛି ଏକ ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୮ ଜଣ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତ ଆହତ ଛାତ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ଏଯାବତ କୌଣସି ସ୍ପଷ୍ଟ ସୂଚନା ମିଳି ପାରିନାହିଁ ।

ସୂଚନା ଅନୁସାରେ, ବଲାଙ୍ଗୀର ଜିଲ୍ଲା ସୋନପୁର ଜିଲ୍ଳାରେ ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି । ସମସତେ ଜାମକାନି ଆଦର୍ଶ ସ୍କୁଲର ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ର ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାରେ ୮ ଜଣ ଛାତ୍ର ୟାହତ ହୋଇଛନ୍ତି । ତରଭା-ମେଣ୍ଡା ରାସ୍ତାର ମହୁଲପାଲି ଛକରେ ଏକ ବାଇକ୍ ସହ ବୋଲେରୋ ଧକ୍କା ହୋଇଥିଲା । ଫଳରେ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୮ ଜଣ ଛାତ୍ର ଆହତ ହୋଇଥିବା ବେଳେ ସମସ୍ତଙ୍କୁ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ତେବେ ଏପର୍ଯ୍ୟନ୍ତ ପିଲାମାନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ କୌଣସି ସ୍ପଷ୍ଟ ତଥ୍ୟ ସାମନାକୁ ଆସିନାହିଁ ।

Get real time updates directly on you device, subscribe now.