fbpx

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦେ୍ଧାତ୍ସବ, ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜନ ହେବ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦେ୍ଧାତ୍ସବରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦେ୍ଧାତ୍ସବ ଉପଲକ୍ଷେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ରବିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନ ଠାରେ ହେବାକୁ ଯାଉଥିବା ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେବେ । ସୂଚନା ଓ ଲୋକ ସମ୍ପର୍କ ବିଭାଗର ମନ୍ତ୍ରୀ ରଘୁନନ୍ଦନ ଦାସ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବେ । ସମ୍ମାନିତ ଅତିଥି ଭାବେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ ରାଜ୍ୟ ସରକାରଙ୍କ ଲୋକ ସମ୍ପର୍କ ଓ ଗଣମାଧ୍ୟମ ବିଭାଗର ଉପାଦେଷ୍ଟା ମାନସ ମଙ୍ଗରାଜ ଉପସ୍ଥିତ ରହିବେ।

Get real time updates directly on you device, subscribe now.