fbpx

କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ଖୁସିଖବର: ବଡ଼ ଘୋଷଣା କଲେ ଓଡ଼ିଶା ସରକାର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ଆସିଛି ଖୁସିଖବର । ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି । କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁଁ ରାଜ୍ୟର ପ୍ରାୟ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଉପକୃତ ହେବେ ।

୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଅଧିକ ୨୪୦ କୋଟି ଟଙ୍କା ରୋଜଗାର କରିବେ । କେନ୍ଦୁପତ୍ର ତୋଳାଳୀଙ୍କୁ ବୋନସ ଓ ଅନ୍ୟାନ୍ୟ ଭତ୍ତା ବାବଦରେ ୧୨୦ କୋଟି ଟଙ୍କା ମଞ୍ଜୁର ହୋଇଛି । ଏହି ନିଷ୍ପତ୍ତି ଯୋଗୁଁ ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟ କର୍ମଚାରୀମାନେ ଲାଭବାନ୍ ହେବେ ।

Get real time updates directly on you device, subscribe now.