ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଥିଲା । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଥିଲେ । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।
ଆଜି ୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୨ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୭୯ରେ ପହଞ୍ଚିଛି ।
ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୭୦୧ ରହିଥିବା ବେଳେ ୧୦୧ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସମ୍ବଲପୁରରୁ ସର୍ବାଧିକ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 14
Cumulative tested: 31141929
Positive: 1287979
Recovered: 1278701
Active cases: 101— I & PR Department, Odisha (@IPR_Odisha) April 22, 2022