ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଥିଲା । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଥିଲେ । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।
ଆଜି ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ କେହି ଚିହ୍ନଟ ହୋଇନାହାନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର କୌଣସି ପିଲା ସଂକ୍ରମିତ ହୋଇନାହାନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୮୦ରେ ପହଞ୍ଚିଛି ।
ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୭୧୮ ରହିଥିବା ବେଳେ ୮୫ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସମ୍ବଲପୁରରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 22nd April
New Positive Cases: 1
Of which 0-18 years: 0
In quarantine: 1
Local contacts: 01. Sambalpur: 1
New recoveries: 17
Cumulative tested: 31161429
Positive: 1287980
Recovered: 1278718
Active cases: 85— I & PR Department, Odisha (@IPR_Odisha) April 23, 2022