fbpx

ବଢ଼ିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଅବଧି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଅବଧି ବଢ଼ିଯାଇଛି । ଜାମିନ ଅବଧି ଆଉ ୭ ଦିନ ବଢ଼ାଇଛନ୍ତି କୋର୍ଟ । ପ୍ରଶାନ୍ତଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପିଟିସନ ଦାଖଲ ହୋଇଥିଲା । ଚିକିତ୍ସା ଆବଶ୍ୟକତା ଥିବାରୁ ଜାମିନ ଅବଧି ବଢ଼ାଇବାକୁ ଆବେଦନ ହୋଇଥିଲା ।

ତେବେ ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୭ ଦିନ ପାଇଁ ଅନ୍ତରୀଣ ଜାମିନ୍ ପ୍ରଦାନ କରିଥିଲେ ହାଇକୋର୍ଟ । ଜାମିନ ଅବଧି ସରିବା ପରେ ଆତ୍ମସମର୍ପଣ କରିବାକୁ ପ୍ରଶାନ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଆଇନଜୀବୀ ରଶ୍ମୀରଞ୍ଜନ ମିଶ୍ର ସୂଚନା ଦେଇଥିଲେ ।

ଉଲ୍ଲେଖଯୋଗ୍ୟ, ନିକଟରେ ଗତ ମାର୍ଚ୍ଚ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ତାଙ୍କ ଗାଡ଼ିକୁ ଭିଡ଼ ଭିତରକୁ ପୁରାଇ ଦେଇଥିଲେ । ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ ।

ତେବେ ଏହି ଘଟଣା ପରେ ଉତ୍ୟକ୍ତ ଜନତା ବିଧାୟକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ । ତାଙ୍କୁ ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ପ୍ରଶାନ୍ତ ଜଗଦ୍ଦେବ ଗତ ୨୨ ତାରିଖ ଅପରାହ୍ନରେ ହସ୍ପିଟାଲରୁ ବାହାରିବା ପରେ ଲୋକଙ୍କ ଉପରେ ଗାଡି ଚଢାଇବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା ।

Get real time updates directly on you device, subscribe now.