ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହାରି ମଧ୍ୟରେ ସମସ୍ତ ଅଗ୍ନିଶମ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ସମ୍ଭାବ୍ୟ ବାତ୍ୟା ପାଇଁ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ଏହା ସହ ପ୍ରତି ଜିଲ୍ଲା ହେଡ୍ କ୍ୱାଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସରଞ୍ଜାମଗୁଡ଼ିକୁ ଯାଞ୍ଚ କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ସୂଚନା ଦେଇଛନ୍ତି ।
ତେବେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ସକ୍ରିୟ ହେବାରେ ଲାଗିଛି । ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତ ନେଇ ଆଜି ଜିଲ୍ଲାପାଳଙ୍କ ସହ ସମୀକ୍ଷା କରିବେ ଏସଆରସି । ଭିଡିଓ କନଫରେନ୍ସଂ ଜରିଆରେ ଜିଲ୍ଲାପାଳଙ୍କ ସହ ବୈଠକ କରିବେ ଏସଆରସି ।
ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ନେଇ ୧୮ ଜିଲ୍ଲାପାଳଙ୍କୁ ମଧ୍ୟ ସେ ଚିଠି ଲେଖିଛନ୍ତି । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ ଓ କନ୍ଧମାଳ ଜିଲ୍ଲାପାଳଙ୍କୁ ଚିଠି ଲେଖିଥିବା ଜଣାପଡିଛି । ଏମର୍ଜେନ୍ସି ଅପରେସନ ସେଣ୍ଟର ଓ କଣ୍ଟ୍ରୋଲ ରୁମ୍ ୨୪ ଘଣ୍ଟିଆ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।