fbpx

କରୋନା ମୁକାବିଲା ପାଇଁ ସହଯୋଗର ହାତ ବଢ଼ାଇଲେ ସାଂସଦ ସସ୍ମିତ ପାତ୍ର

ଭୁବନେଶ୍ୱର, ୨୫ା୩(ଓଡ଼ିଶା ଭାସ୍କର): କରୋନା ନେଇ ସାରା ବିଶ୍ୱରେ ଭୟାବହର ବାର୍ତ୍ତାବରଣ ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ଏହାର ପ୍ରତିଷେଧକ ମଧ୍ୟ ବାହାରିନି । ଏହାରି ମଧ୍ୟରେ କରୋନା ମୁକାବିଲା ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ବିଜେଡ଼ି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ନିଜର ୩ମାସର ଦରମା ସେ ପ୍ରଦାନ କରିଛନ୍ତି । ପୂର୍ବରୁ କରୋନା ମୁକାବିଲା ପାଇଁ ଦରମା ଦେବାକୁ ଆହ୍ୱାନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ମୁଖ୍ୟମନ୍ତ୍ରୀ ମଧ୍ୟ ପାଣ୍ଠିକୁ ନିଜର ୩ମାସର ଦରମା ପ୍ରଦାନ କରିଥିଲେ ।
ଉଲ୍ଲେଖଯୋଗ୍ୟ ଯେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୮୨ ଥିବା ବେଳେ ୧୦ଜଣଙ୍କର ମୃତ୍ୟୁ ହୋଇସାରିଛି । ସେହିପରି ଓଡ଼ିଶାରେ ଦୁଇ ଜଣ କରୋନାରେ ଆକ୍ରାନ୍ତ ଅଛନ୍ତି ।

Get real time updates directly on you device, subscribe now.