fbpx

ବ୍ରଜରାଜନଗର ଉପନିର୍ବାଚନ: ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା BJD, ଖୋଦ୍ ମୁଖ୍ୟମନ୍ତ୍ରୀ ବି…

ଝାରସୁଗୁଡ଼ା(ଓଡ଼ିଶା ଭାସ୍କର): ବ୍ରଜରାଜନଗର ଉପନିର୍ବାଚନ ପାଇଁ ବାଜିସାରିଛି ନିର୍ବାଚନୀ ବିଗୁଲ । ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ପରେ ଆରମ୍ଭ ହୋଇଛି ରାଜନୀତି । ଏହାରି ମଧ୍ୟରେ ବ୍ରଜରାଜନଗର ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି ।

ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପନିର୍ବାଚନ ପାଇଁ ପ୍ରଚାର କରିବେ । ଏହା ସହ ବିଜେଡି ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ, ପ୍ରତାପ ଜେନାଙ୍କ ନାଁ ମଧ୍ୟ ରହିଛି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି ।

ପୂର୍ବରୁ ବିଜେପି ଓ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଥିଲା । ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ସଭାପତି ସମୀର ମହାନ୍ତିଙ୍କ ସହ ୫ କେନ୍ଦ୍ରମନ୍ତ୍ରୀ ରହିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୂଷ ଗୋୟଲ, ପ୍ରହ୍ଲାଦ ଯୋଶୀ, ଅଶ୍ୱିନୀ ବୈଷ୍ଣବଙ୍କ ସମେତ ବିଶ୍ୱେଶ୍ୱର ଟୁଡୁ, ଡି.ପୁରନ୍ଦେଶ୍ୱରୀ, ବୈଜୟନ୍ତ ପଣ୍ଡା, ଅପରାଜିତା ଷଡ଼ଙ୍ଗୀଙ୍କ ନାଁ ଷ୍ଟାର ପ୍ରଚାରକ ଭାବେ ସାମିଲ କରାଯାଇଛି । ଏହା ସହ ସମ୍ବିତ ପାତ୍ର, ରମଣ ସିଂ, ପ୍ରତାପ ଷଡ଼ଙ୍ଗୀ, ସୁରେଶ ପୂଜାରୀଙ୍କ ନାଁ ମଧ୍ୟ ରହିଛି ।

ସେହିପରି କଂଗ୍ରେସର ୪୦ ଜଣ ଷ୍ଟାର ପ୍ରଚାରକ ଉପନିର୍ବାଚନ ପାଇଁ ପ୍ରଚାର କରିବେ । ଏନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି । କଂଗ୍ରେସର ପ୍ରଚାର ତାଲିକାରେ ଛତିଶଗଡ଼ର କିଛି ମନ୍ତ୍ରୀ ସାମିଲ ଅଛନ୍ତି । ଜିତିବା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ ବୋଲି ନିରଞ୍ଜନ କହିଛନ୍ତି ।

Get real time updates directly on you device, subscribe now.