fbpx

ଆଜି ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଫୋକସ୍‌ରେ ୨୦୨୪ ପ୍ୟାରିସ ଅଲମ୍ପିକ୍ସ ପ୍ରସ୍ତୁତି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌) : ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ସରକାର ଉଦ୍ୟମ କରୁଛନ୍ତି । ତେବେ ଚୀନ୍‌ ଓ ଜାପାନ ପରି ଅଲିମ୍ପିକ୍ସ ବିଜେତା ସୃଷ୍ଟି କରିବା ପାଇଁ ସ୍କୁଲ ସ୍ତରରୁ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦେବାକୁ ଯୋଜନା କରିଛନ୍ତି ସରକାର । ଆସନ୍ତା୨୦୨୪ ପ୍ୟାରିସ ଅଲିମ୍ପିକ୍ସକୁ ଦୃଷ୍ଟିରେ ରଖି ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ସାରା ଦେଶରେ ଓଡ଼ିଶା ସରକାର ଏପରି ପଦକ୍ଷେପ ନେବାରେ ପ୍ରଥମ । ତୃଣମୂଳ ସ୍ତରରୁ ପିଲାଙ୍କୁ ଅଲିମ୍ପିକ୍ସ ବାବଦରେ ପ୍ରଶିକ୍ଷଣ ଦେବା ଉଦ୍ଦେଶ୍ୟରେ ଭୁବନେଶ୍ୱର ମହାନଗର ନିଗମର ୬୩ ଓ ରାଉରକେଲା ମହାନଗର ନିଗମର ୨୭ଟି ସ୍କୁଲରେ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମ ଆରମ୍ଭ କରାଯିବ । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ ।

Get real time updates directly on you device, subscribe now.