fbpx

ରାଜ୍ୟରେ କମିଲା ଶିଶୁ ମୃତ୍ୟୁହାର: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(ଓଡ଼ିଶା ଭାସ୍କର): ବିକାଶରେ ବିଭିନ୍ନ କ୍ଷେତ୍ରରେ ଓଡିଶା କ୍ରମାଗତଭାବେ ସଫଳତା ହାସଲ କରି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଥିବା ବେଳେ, ଏବେ ସ୍ବାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ ହାସଲ କରିଛି । ଗୁରୁବାର ମୋ ସରକାରର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଅଧିକାରୀ ମାନଙ୍କୁ ସୂଚନା ଦେଇ କହିଛନ୍ତି ଯେ ଓଡ଼ିଶା ଶିଶୁ ମୃତ୍ୟୁହାରରେ ୩୯ ପଏଣ୍ଟ ହ୍ରାସ କରିବାରେ ସଫଳ ହୋଇଛି ।

୨୦୦୫ରୁ ୨୦୨୦ ମଧ୍ୟରେ ଏହି ସଫଳତା ମିଳିଛି । ଏହା ସାରା ଦେଶରେ ଏହି ସମୟ ମଧ୍ୟରେ ସର୍ବାଧିକ ହ୍ରାସ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବର୍ତ୍ତମାନ ରାଜ୍ୟର ଶିଶୁ ମୃତ୍ୟୁ ହାର ପ୍ରତି ଏକ ହଜାରରେ ୩୬କୁ କମିଯାଇଛି ।

ଏଥିପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗ,ମହିଳା ଓ ଶିଶୁ କଲ୍ୟାଣ ବିଭାଗ,ମିଶନ ଶକ୍ତି ବିଭାଗ ଏବଂ ଟିମ୍‌ ଓଡିଶାକୁ ଅଭିନନ୍ଦନ ଜଣାଇଥିଲେ ଏବଂ ଓଡିଶାର ବିକାଶ ଯାତ୍ରାରେ ସମସ୍ତେ ସାମିଲ ହୋଇ ଓଡିଶା ପାଇଁ ନୂଆ ନୂଆ ସଫଳତା ହାସଲ କରିବା ପାଇଁ ପରାମର୍ଶ ଦେଇଥିଲେ ।

Get real time updates directly on you device, subscribe now.