fbpx

ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେଡିର ୪ ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶାର ଖାଲି ପଡ଼ିଥିବା ୪ ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିଜେଡିର ଚାରି ପ୍ରାର୍ଥୀ । ଦଳର ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ବିଧାନସଭା ସଚିବାଳୟ ପରିସରରେ ନାମାଙ୍କନ ଭରିଲେ ସୁଲତା ଦେଓ, ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଓ ନିରଂଜନ ବିଶି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଥିବାରୁ ଏହି ମସୟରେ ଦଳର ବହୁ ବରିଷ୍ଠ ନେତାଙ୍କ ସମେତ ବିଭିନ୍ନ ମନ୍ତ୍ରୀ ଉପସ୍ଥିତ ଥିଲେ ।

ଜୁନ୍ ୧୦ ରେ ଚାରି ରାଜ୍ୟସଭା ପଦ ପାଇଁ ନିର୍ବାଚନ ହେବକୁ ଥିବା ବେଳେ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ତେବେ ବିରୋଧୀ କୌଣସି ପ୍ରାର୍ଥୀ ଦେଉ ନଥିବାରୁ ଶାସକ ଦଳର ପ୍ରାର୍ଥୀ ନିଦ୍ୱର୍ନ୍ଦରେ ନିର୍ବାଚିତ ହେବେ । ସେହିପରି ଗୋଟିଏ ଆସନରେ ଉପନିର୍ବାଚନ ପାଇଁ ଜୁନ ୨ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରହିଛି । ପ୍ରସନ୍ନ ଆଚାର୍ଯ୍ୟ, ଏନ. ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ୩ଟି ଆସନରେ ନିର୍ବାଚନ ହେଉଛି। ସେହିପରି କଟକ ମେୟର ଭାବେ ସୁବାସ ସିଂହ ନିର୍ବାଚିତ ହେବା ପରେ ରାଜ୍ୟସଭାରୁ ଇସ୍ତଫା ଦେଇଥିବାରୁ ତାଙ୍କ ଆସନ ପାଇଁ ଉପନିର୍ବାଚନ ହେବ।

Get real time updates directly on you device, subscribe now.