ସୁପ୍ରିମକୋର୍ଟଙ୍କ ରାୟ ପରେ ନବୀନଙ୍କ ଟ୍ୱିଟ୍: କହିଲେ ଏପରି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୁରୀ ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ବିଭିନ୍ନ ରାଜନେତାମାନେ ପ୍ରତିକ୍ରିୟା ଦେଉଥିବ ଦେଖିବାକୁ ମିଳିଛି । ଏହି ମାମଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟ୍ୱିଟ୍ କହିଛନ୍ତି । ସେ ନିଜ ଟ୍ୱିଟର ଆକାଉଣ୍ଟରେ ଲେଖିଛନ୍ତି ଯେ, ‘ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ ।’ ସରକାରଙ୍କ ବିଜୟ ପରେ ଶ୍ରୀଜଗନ୍ନାଥଙ୍କୁ ଶ୍ରେୟ ଦେଇଛନ୍ତି ନବୀନ ।

ତେବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ବନ୍ଦ ପାଇଁ ହୋଇଥିବା ଆବେଦନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ଉଭୟ ଆବେଦନକାରୀଙ୍କ ୨ଟି ସ୍ୱତନ୍ତ୍ର ଲିଭ୍ ପିଟିସନକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି । ଲକ୍ଷ ଲକ୍ଷ ଭକ୍ତଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ଆବେଦନ ରଦ୍ଦ କରାଯାଇଛି । ମାମଲା ରଦ୍ଦ ସହ ଉଭୟଙ୍କ ପିଟିସନରଙ୍କ ଉପରେ ଜରିମାନା ମଧ୍ୟ ଲଗାଯାଇଛି । ଉଭୟ ପିଟିସନରଙ୍କ ଉପରେ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଲଗାଇଛନ୍ତି ସୁପ୍ରିମକୋର୍ଟ । କୋର୍ଟଙ୍କ ବହୁମୂଲ୍ୟ ସମୟ ଅଯଥା ନଷ୍ଟ କରିଥିବା ଏହି ଜରିମାନା ଲଗାଯାଇଛି ।