fbpx

ତାତିରୁ ମିଳିବ ଆଶ୍ୱସ୍ତି: ଆଗାମୀ ତିନିଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗୋଟିଏ ପଟେ ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଉପକୂଳ ଓଡ଼ିଶାରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ରୌଦ୍ରତାପ । ତେବେ ଏହାରି ମଧ୍ୟରେ ଏକ ଆଶ୍ୱସ୍ତିକର ଆସିଛି । ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ନେଇ ଏସଆରସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଅନୁସାରେ ଆସନ୍ତାକାଲି ପାଇଁ ରାଜ୍ୟର ୧୨ ଜିଲ୍ଲା ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା, ବୌଦ୍ଧ, ସୁନ୍ଦରଗଡ଼ କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ସହ ଗୋଟିଏ ୨ ଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ କହିଛନ୍ତ ଏସଆରସି । ଏହା ସହ ୟୋଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାରେ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

Get real time updates directly on you device, subscribe now.