fbpx

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପଶ୍ଚିମ ଓଡିଶାରେ ଛୁଇଁପାରେ ମୌସୁମୀ: ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବାନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ଏପରି ସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବୌଦ୍ଧ, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ର ।ତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.