ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।
ଆଜି ୨୫ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୧ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୭୬୨ରେ ପହଞ୍ଚିଛି ।
ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୩୯୮ ଜଣ ରହିଥିବା ବେଳେ ୧୮୫ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
5. Khurda: 15
6. Sundargarh: 1
7. State Pool: 4New recoveries: 17
Cumulative tested: 31923413
Positive: 1288762
Recovered: 1279398
Active cases: 185— I & PR Department, Odisha (@IPR_Odisha) June 17, 2022