fbpx

ଦୁଇ ଦିନ ମଧ୍ୟରେ ଉପକୂଳରେ ସକ୍ରିୟ ହେବ ମୌସୁମୀ: ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହ ଝଡ଼ବର୍ଷାର ସମ୍ଭାବନା, ୧୮ଟି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଗତ ଗୁରୁବାର ଠାରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପହଂଚିସାରିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରାତ ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଅନୁଗୁଳ , କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୮ଟି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏବେ ଧୀରେ ଧୀରେ ସକ୍ରିୟ ହେଉଛି । ଏହା ଉପକୂଳ ମୁହାଁ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨ ଦିନ ମଧ୍ୟରେ ଏହା ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି । ରବିବାର ୧୭ଟି ଜିଲ୍ଲା, ୨୦ ତାରିଖରେ ୨୨ଟି ଜିଲ୍ଲା, ୨୧ ତାରିଖରେ ୧୮ଟି ଜିଲ୍ଲା ଓ ୨୨ ତାରିଖରେ ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

Get real time updates directly on you device, subscribe now.