fbpx

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ: ୨୩ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ସମଗ୍ର ରାଜ୍ୟକୁ ଛୁଇଁଥିବା ବେଳେ ଏହାର ପ୍ରଭାବରେ ଗତକାଲି ଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗିରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ସହ ପାଖାପାଖି ୧୭.୩ ମିମି ବର୍ଷା ରେକର୍ଡ ହୋଇଛି । ଯାହା ଗତ ୨୪ ଘଂଟାର ସ୍ୱାଭାବିକ ବର୍ଷା ୯.୨ ମିମି ତୁଳନାରେ ୮୮% ଅଧିକ ରହିଛି । ଏପରିସ୍ଥିତିରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ସହିତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଂଟା ମଧ୍ୟରେ ଓଡିଶାର ସମ୍ବଲପୁର, ଅନୁଗୁଳ, ବୌଦ୍ଧ, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ପୁରୀ ଓ ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୩ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ, ନବରଙ୍ଗପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ. କେନ୍ଦୁଝର, ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବାରୁ ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.