୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ପ୍ରତ୍ୟେକ ବାଟାଲିଅନ ପାଇଁ ୨୨୧ଟି ପଦବୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁରୀ ମିଳିଛି । ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି ।
ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍ପେକ୍ଟର (WT)-୧, ସବ୍ଇନିସ୍ପେକ୍ଟର (WT)-୨, ହାବିଲଦାର (WT)-୪, କନେଷ୍ଟବଳ(WT)-13, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।
ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍ସିଂ ପଦବୀ ସୃଷ୍ଟି କରାଯାଇଛି।