fbpx

ଦିଲ୍ଲୀରେ ହେଲା ଭେଟ: ମୋଦୀ କହିଲେ-“ଦ୍ରୌପଦୀଙ୍କ ପ୍ରାର୍ଥୀତ୍ୱରେ ଦେଶ ସହମତ’

ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଆଜି ସକାଳେ ମୁର୍ମୁ ଭୁବନେଶ୍ୱରରୁ ଦିଲ୍ଲୀ ଗସ୍ତରେ ଯାଇଥିଲେ। ଦ୍ରୌପଦୀ ମୁର୍ମୁଙ୍କ ନାମ ଘୋଷଣା ହେବା ପରେ ସେ ଦିଲ୍ଲୀ ଯାଇ ପ୍ରଦାନମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ। ଏହାପରେ ସେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିବା ସୂଚନା ମିଳିଛି। ଏହାପରେ ସେ ଓଡ଼ିଶା ଭବନ ଯାଇ ବିଶ୍ରାମ କରିବେ।

ଦ୍ରୌପଦୀ ମୁର୍ମୁଙ୍କ ସାକ୍ଷାତ ପରେ ପ୍ରଧାନମନ୍ତ୍ରୀ ଏକ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଦ୍ରୌପଦୀଙ୍କ ରାଷ୍ଟ୍ରପତିଙ୍କ ନାମାଙ୍କନକୁ ସମାଜର ସମସ୍ତ ବିଭାଗ ସମଗ୍ର ଭାରତରେ ପ୍ରଶଂସା କରିଛନ୍ତି। ତୃଣମୂଳ ସ୍ତରର ସମସ୍ୟା ଏବଂ ଭାରତର ବିକାଶ ପାଇଁ ତାଙ୍କର ଦୃଷ୍ଟିକୋଣ ଉଲ୍ଲେଖନୀୟ ଅଟେ ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।

ଅପରାହ୍ନରେ ଦ୍ରୌପଦୀ ମୁର୍ମୁ ବିଜେପି ରାଷ୍ଟ୍ରିୟ ସଭାପତି ଜେପି ନଡ୍ଡାଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ଆସନ୍ତାକାଲି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ସେ ନାମାଙ୍କନ ଦାଖଲ କରିବେ। ଏଥିପାଇଁ ଆଜି ତାଙ୍କ ନାମାଙ୍କନ ପତ୍ରରେ ଓଡ଼ିଶାର ଦୁଇ କ୍ୟାବିନେଟ ମନ୍ତ୍ରୀଙ୍କ ସହ କିଛି ବିଜେପି ବିଧାୟକ ସ୍ୱାକ୍ଷର କରିଥିବା ଜଣାପଡ଼ିଛି। ବିଶ୍ୱସ୍ତ ସୁତ୍ରରୁ ମିଳିଥିବା ସୂଚନା ମୁତାବକ ଆସନ୍ତାକାଲି ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ ସମୟରେ ବିଜେପି ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିପାରନ୍ତି।

Get real time updates directly on you device, subscribe now.