ଭୁବନେଶ୍ୱର, ୧ା୪(ଓଡ଼ିଶା ଭାସ୍କର): ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । କୋବିନ୍ଦ ତାଙ୍କ ଟ୍ୱିଟରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ରାଜ୍ୟର ଭବିଷ୍ୟତ ଉଜ୍ଜ୍ୱଳ, ଶାନ୍ତିପ୍ରିୟ ଓ ସମୃଦ୍ଧ ହେଉ ବୋଲି କାମନା କରିଛନ୍ତି ।
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପ୍ରାର୍ଥନା କରିଛନ୍ତି । ଉତ୍କଳ ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାମାରୀ କରୋନାର ଦୃଢ଼ତାର ସହ ମୁକାବିଲା କରିବାକୁ ରାଜ୍ୟବାସୀଙ୍କୁ ଆହ୍ୱାନ ଜଣାଇଛନ୍ତି ।
କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ନିଭାଇଥିବା ମନିଷୀମାନଙ୍କର ସ୍ମୃତିଚାରଣ କରିଛନ୍ତି ।
ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା । #OdishaDay
— President of India (@rashtrapatibhvn) April 1, 2020
ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା ।
Utkala Dibasa greetings to my sisters and brothers of Odisha. Praying for Odisha's constant progress and prosperity in the times to come.
— Narendra Modi (@narendramodi) April 1, 2020
ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ୱାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ ଆମ ଏକତା ଓ ସ୍ୱାଭିମାନୀପଣିଆ ଦୁନିଆକୁ ଦେଖାଇବାର ସମୟ। ଆସନ୍ତୁ ଦୃଢତାରେ କରୋନା ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା। ବନ୍ଦେ ଉତ୍କଳ ଜନନୀ। #OdishaFightsCorona pic.twitter.com/T8PXaZsgBz
— Naveen Patnaik (@Naveen_Odisha) April 1, 2020