fbpx

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ପଞ୍ଚାୟତିରାଜ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ । ସହକାରୀ ଯନ୍ତ୍ରୀ ପ୍ରଭାତ ରାଉତଙ୍କ ଘରେ ଭିଜିଲାନ୍ସ ରେଡ ହୋଇଥିବା ଜଣାପଡିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍ ହୋଇଛି । ଚୌଦ୍ୱାର, ତ୍ରିଶୂଳିଆ, ଡମପଡ଼ା ଓ କେନ୍ଦ୍ରାପଡ଼ାରେ ଚଢ଼ାଉ ହୋଇଛି । ୩ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି ।

ନିକଟରେ ଭିଜିଲାନ୍ସ ଜାଲରେ ଫସିଥିଲେ ବାଲେଶ୍ୱର ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟର ଆଣ୍ଟି ସ୍ମଗଲିଂ ଗାର୍ଡ । ଆଣ୍ଟି ସ୍ମଗଲିଂ ଗାର୍ଡ ଜନାର୍ଦ୍ଦନ ପଲାଇଙ୍କ ଘରେ ହୋଇଥିଲା ଭିଜିଲାନ୍ସ ଚଢ଼ାଉ । ଜଳେଶ୍ୱର ସେଣ୍ଟରରେ କାର୍ଯ୍ୟରତ ଜନାର୍ଦ୍ଦନ ପଲେଇଙ୍କ ଘରେ ହୋଇଥିଲା ଚଢ଼ାଉ । ଜଳେଶ୍ୱର ସ୍ଥିତ ଅଫିସ, ଘର, ଛତ୍ରପୁର ପୈତୃକ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ହୋଇଥିଲା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଭିଜିଲାନ୍ସ ଏହି ଚଢ଼ାଉ କରାଯାଇଥିବା ଜଣାପଡିଛି ।

Get real time updates directly on you device, subscribe now.