fbpx

ଉପକୂଳ ଓଡ଼ିଶା ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଉପକୂଳ ଓଡ଼ିଶା ଓ ଏହାର ନିକଟବର୍ତୀ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଆଡକୁ ଢଳି ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ଘଂଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱ ରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଅପରପକ୍ଷରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ବା ଏସଆରସି ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ, ନୂଆପଡା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.