fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା: ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ବଙ୍ଗଳାଦେଶ ଏବଂ ତାର ପାର୍ଶ୍ୱବର୍ତ୍ତୀ  ଅଞ୍ଚଳରେ ଥିବା ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷର ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Get real time updates directly on you device, subscribe now.