fbpx

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ(ଓଡ଼ିଶା ଭାସ୍କର): ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତ ବର୍ଷର ହାଇସ୍କୁଲ ସାର୍ଟିଫିକେଟ୍(ମାଟ୍ରିକ) ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଫଳ ବୁଧବାର ଦିନ ୧ଟାରେ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ । ବୁଧବାର ଦିନ ବୋର୍ଡ କାର୍ଯ୍ୟାଳୟ ଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ , ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ ମାଟ୍ରିକ୍, ମଧ୍ୟମା, ମୁକ୍ତ ବିଦ୍ୟାଳୟ-୨୦୨୨ ପରୀକ୍ଷା ଫଳ ପୁସ୍ତିକାକୁ ଲୋକାର୍ପଣ କରିବେ ।

ତେବେ ଦିନ ଗୋଟାଏରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । http://bseodisha.ac.in, http://bseodisha.nic.in ଉପଲବ୍ଧ ହେବ ରେଜଲ୍ଟ । ଅପରାହ୍‌ଣ ୨ଟା ପରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ । SMS ଜରିଆରେ ମଧ୍ୟ ଆପଣ ପାଇପାରିବେ ମାଟ୍ରିକ୍ ପରୀକ୍ଷା ଫଳ । OR10 SPACE ରୋଲ ନମ୍ବର ଲେଖି ୫୬୭୬୭୫୦ ନମ୍ବରକୁ SMS କଲେ ଫଳ ପାଇହେବ ।

Get real time updates directly on you device, subscribe now.