fbpx

ରାଜ୍ୟରେ ୨ ଦିନ ପ୍ରବଳ ବର୍ଷା: ୮ଟି ଜିଲ୍ଲାକୁ ଅରେଞ୍ଜ ତ’ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ଓଡ଼ିଶା ଭାସ୍କର) : ରାଜ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି ଓ ଏହା ଘନୀଭୂତ ହେବାରେ ଲାଗିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏଥିପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି ।

ଆଗକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପର ସମ୍ଭାବନା ଦେଖାଦେଇଛି । ଏହା ଅଧିକ ଘନୀଭୂତ ହୋଇ ୧୪ ତାରିଖରେ ଅବପାତରେ ପରିଣତ ହେବା ସମ୍ଭାବନା ଦେଖାଦେଇଛି । ଫଳରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଅନ୍ୟପକ୍ଷରେ ରାଜ୍ୟରେ ଜୁନ୍ ୧ରୁ ବର୍ତ୍ତମାନ ସୁଦ୍ଧା ୧୫% କମ୍ ବର୍ଷା ରେକର୍ଡ କରାଯାଇଛି ।୧୮ ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ଓ ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

Get real time updates directly on you device, subscribe now.