ଦେଶରେ ପୁଣି ଶସ୍ତା ହେବ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଆଜି କେଉଁ ସହରରେ କେତେ ରହିଛି ନୂତନ ମୂଲ୍ୟ

ଭୁବନେଶ୍ୱର: ସରକାରୀ ତୈଳ କମ୍ପାନୀଗୁଡିକ ରବିବାର ପାଇଁ ପେଟ୍ରୋଲ ଏବଂ ଡିଜେଲର ନୂତନ ମୂଲ୍ୟ ପ୍ରକାଶ କରିଛନ୍ତି। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ସରକାର କୌଣସି ପରିବର୍ତ୍ତନ କରିନାହାଁନ୍ତି। ଶେଷ ଥର ପାଇଁ ମେ ୨୧ ରେ କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ହ୍ରାସ କରିବାକୁ ଘୋଷଣା କରିଥିଲେ। ମେ ୨୧ ରେ କେନ୍ଦ୍ରର ମୋଦୀ ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଶୁଳ୍କ ହ୍ରାସ କରିଥିଲେ। ଏହା ପରେ ପେଟ୍ରୋଲ ୯.୫୦ ଟଙ୍କା ଏବଂ ଡିଜେଲ ଲିଟର ପିଛା ୭ ଟଙ୍କା ଶସ୍ତା ହୋଇଛି।

ଗତ କିଛି ଦିନ ହେବ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ପ୍ରାୟ ୧୦୦ ଡଲାରରେ କାରବାର କରୁଥିବା ଦେଖାଯାଉଛି। ଏହି କାରଣରୁ ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ହ୍ରାସ କରିଛନ୍ତି। ଏଭଳି ପରିସ୍ଥିତିରେ ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ଅଶୋଧିତ ତୈଳର ମୂଲ୍ୟ କ୍ରମାଗତ ହ୍ରାସ ଘଟେ, ତେବେ ଭାରତରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ମଧ୍ୟ ହ୍ରାସ ହୋଇପାରେ। ଗତ ଦୁଇ ମାସ ଧରି ଦେଶରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ସ୍ଥିର ରହିଛି।

ଏହି ସମୟରେ ଦେଶର ବିବିନ୍ନ ସ୍ଥାନରେ ଥିବା ପେଟ୍ରୋଲ ଏବଂ ଡିଜେଲର ଦାମ:
ଦିଲ୍ଲୀ ପେଟ୍ରୋଲ ୯୬.୭୨ ଟଙ୍କା ଏବଂ ଡିଜେଲ ଲିଟର ପିଛା ୮୯.୬୨ ଟଙ୍କା।
ମୁମ୍ବାଇ ପେଟ୍ରୋଲ ୧୦୬.୩୧ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୪.୨୭ ଟଙ୍କା।
ଚେନ୍ନାଇ ପେଟ୍ରୋଲ ୧୦୨.୬୩ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା।
କୋଲକାତା ପେଟ୍ରୋଲ ୧୦୬.୦୩ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୨.୭୬ ଟଙ୍କା।
ଭୁବନେଶ୍ୱର ପେଟ୍ରୋଲ ଲିଟର ପିଛା ୧୦୨.୯୬ ଏବଂ ଡିଜେଲ ମୂଲ୍ୟ ପ୍ରତି ଲିଟର ପିଛା ଜଗ୍ଦ ୯୪.୫୬ ରହିଛି।
ନୋଏଡାରେ ପେଟ୍ରୋଲ ୯୬.୫୭ ଟଙ୍କା ଏବଂ ଲିଟର ପିଛା ଡିଜେଲ ୮୯.୯୬ ଟଙ୍କା।
ଲକ୍ଷ୍ନୌରେ ପେଟ୍ରୋଲ ୯୬.୫୭ ଟଙ୍କା ଏବଂ ଲିଟର ପିଛା ଡିଜେଲ ୮୯.୭୬ ଟଙ୍କା ।
ଜୟପୁରରେ ପେଟ୍ରୋଲ ୧୦୮.୪୮ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୩.୭୨ ଟଙ୍କା।
ତିରୁବନନ୍ତପୁରମରେ ପେଟ୍ରୋଲ ୧୦୭.୭୧ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୬.୫୨ ଟଙ୍କା।
ପୋର୍ଟ ବ୍ଲେୟାରରେ ପେଟ୍ରୋଲ ୮୪.୧୦ ଟଙ୍କା ଏବଂ ଡିଜେଲ ଲିଟର ପିଛା ୭୯.୭୪ ଟଙ୍କା।
ପାଟନାରେ ପେଟ୍ରୋଲ ୧୦୭.୨୪ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୪.୦୪ ଟଙ୍କା।
ଗୁରୁଗ୍ରାମରେ ୯୭.୧୮ ଟଙ୍କା ଏବଂ ଡିଜେଲ ପିଛା ୯୦.୦୫ ଟଙ୍କା।
ବେଙ୍ଗାଲୁରୁରେ ପେଟ୍ରୋଲ ୧୦୧.୯୪ ଟଙ୍କା ଏବଂ ଲିଟର ପିଛା ଡିଜେଲ ୮୭.୮୯ ଟଙ୍କା।
ଭୁବନେଶ୍ୱରରେ ପେଟ୍ରୋଲ ୧୦୩.୧୯ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୪.୭୬ ଟଙ୍କ।
ଚଣ୍ଡିଗଡ଼ରେ ପେଟ୍ରୋଲ ୯୬.୨୦ ଟଙ୍କା ଏବଂ ଲିଟର ପିଛା ଡିଜେଲ ୮୪.୨୬ ଟଙ୍କା।
ହାଇଦ୍ରାବାଦରେ ପେଟ୍ରୋଲ ୧୦୯.୬୬ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୭.୮୨ ଟଙ୍କା।