fbpx

ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣା: ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା, ସାଢ଼େ ୯ଟା ସୁଦ୍ଧା କାର୍ଯ୍ୟାଳୟରେ ପହଞ୍ଚିବାକୁ ସରକାରୀ ଅଧିକାରୀକୁ ନିର୍ଦ୍ଦେଶ

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌) : ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ନ୍ୟାୟ ଦାବି କରି ମଙ୍ଗଳବାର ନବନିର୍ମାଣ କୃଷକ ସଂଗଠନ ଓ ନବନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ବନ୍ଦ ଡାକରା ପାଇଁ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି ।ଏହି ସମୟରେ ସେମାନେ ଗାଡ଼ିମୋଟର ଓ ଟ୍ରେନ ଚଳାଚଳ, ବ୍ୟବସାୟିକ ପ୍ରତିଷ୍ଠାନକୁ ବନ୍ଦ କରିବା ସହ ଶିକ୍ଷାନୁଷ୍ଠାନ, ସରକାରୀ ଅଫିସ୍ ଓ ବ୍ୟାଙ୍କ ଆଦି ସମ୍ମୁଖରେ ପିକେଟିଂକରାଯିବ । ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ଅନେକ ଘରୋଇ ସ୍କୁଲ ମଧ୍ୟ ନିଜଆଡ଼ୁ ଛୁଟି ଘୋଷଣା କରିଛନ୍ତି ।

ଓଡ଼ିଶା ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସରକାର ମଧ୍ୟ ପ୍ରସ୍ତୁତ ଅଛନ୍ତି । ବିଭିନ୍ନ ବିଭାଗକୁ ଚିଠି ଲେଖାଯାଇ ପୂର୍ବାହ୍ଣ ସାଢ଼େ ୯ଟା ସୁଦ୍ଧା କର୍ମଚାରୀଙ୍କୁ କାର୍ଯ୍ୟାଳୟରେ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ବ୍ୟାପକ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯିବ ବୋଲି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.