fbpx

ପୁଣି ବଢ଼ୁଛି କରୋନା ସଂକ୍ରମଣ: ଓଡ଼ିଶାରେ ଆଜି ୯୪୫ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମଣ ସାମାନ୍ୟ ବଢ଼ିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୯୨ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୫୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୧୦ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୦୩, କଟକରୁ ୭୫, ଷ୍ଟେଟପୁଲରୁ ୪୬, ସମ୍ବଲପୁରରୁ ୫୩, ନୟାଗଡ଼ରୁ ୨୭, ପୁରୀରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୦, ୮୭୩କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୬୩୧୬ ରହିଛି । ୨୪ ଘଣ୍ଟା ମଧ୍ୟରେ ୫୩୯ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୮,୩୭୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.