fbpx

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୩ଟି ଗେଟ୍

ସମ୍ବଲପୁର(ଓଡ଼ିଶା ଭାସ୍କର): ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଆଜି ଖୋଲାଯାଇଛି । ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, ଯାହାକୁ ଦୃଷ୍ଟିରେ ରଖି ଗେଟ୍ ଖୋଲାଯାଇଛି ବୋଲି ଜଣାପଡିଛି । ପୂର୍ବରୁ ୫ଟି ଗେଟ୍ ଖୋଲା ଥିବା ବେଳେ ଏବେ ମୋଟ ୮ଟି ଗେଟରେ ଜଳ ନିଷ୍କାସନ ହେଉଛି ।

ଅନ୍ୟପଟେ ମୌସୁମୀ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପତ ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୨୨ ତାରିଖ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ସୋନପୁର. ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ , ନୟାଗଡ ଓ ଗଂଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.