fbpx

ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍

କଟକ(ଓଡ଼ିଶା ଭାସ୍କର): କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ପଠାଯାଇଛି କାରଣ ଦର୍ଶାଅ ନୋଟିସ୍ । ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତି ଶରତ ପଟ୍ଟନାୟକ ଏହି ନୋଟିସ୍ ଜାରି କରିଛନ୍ତି । ୨ ସପ୍ତାହ ଭିତରେ ଜବାବ ଦେବାକୁ କଟକ ବାରବାଟୀ ବିଧାୟକ ମୋକିମଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ କଂଗ୍ରେସ ମିଡିଆ ସେଲ ମୁଖ୍ୟ ସତ୍ୟପ୍ରକାଶ ନାୟକ ସୂଚନା ଦେଇଛନ୍ତି । ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିଲେ ମହମ୍ମଦ ମୋକିମ । ଦଳୀୟ ନିର୍ଦ୍ଦେଶ ନମାନି ଭୋଟ ଦେଇଥିଲେ ମୋକିମ । ଏହା ସହ କଂଗ୍ରେସ ବିରୋଧରେ ଅପପ୍ରଚାର କରୁଥିବା ନେଇ ମୋକିମଙ୍କ ଉପରେ ଅଭିଯୋଗ ହୋଇଛି ।

ତେବେ ଦଳର ନିଷ୍ପତ୍ତି ବିରୋଧରେ ଯାଇ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଛନ୍ତି । ଏହା ପରେ ମୋକିମ କହିଥିଲେ ଯେ, ‘ମୁଁ ବ୍ୟକ୍ତିଗତ ଭାବେ ବିଚାର କରି ଭୋଟ ଦେଇଛି । ଜଣେ ଓଡ଼ିଆ ଓ ଆଦିବାସୀ ମହିଳା ହୋଇଥିବାରୁ ମୁଁ ଦ୍ରୌପଦୀଙ୍କୁ ଭୋଟ ଦେଇଛି । ସମ୍ବିଧାନର ସର୍ବୋଚ୍ଚ ପଦରେ ଜଣେ ଓଡ଼ିଆ ବସିବାକୁ ଯାଉଥିବାରୁ ଓଡ଼ିଆଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ଦ୍ରୌପଦୀଙ୍କୁ ଭୋଟ ଦେଇଛି । ଆଉ ଭାବୁଛି ଭୋଟ ଦେଇ ମୁଁ ଠିକ୍ କରିଛି । ବିବେକ ଅନୁଯାୟୀ ଭୋଟ ଦେଇଛି ।’

ପୂର୍ବରୁ ପିସିସି ସଭାପତି ମିଳିତ ବିରୋଧୀ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ମୋକିମ କହିଛନ୍ତି ରାଷ୍ଟ୍ରପତି ନିର୍ବାଚନ ପାଇଁ କୌଣସି ହୁଇପ ନଥାଏ । ଜଣେ ଓଡ଼ିଆ ଭାବେ ମୁଁ ଅନୁଭବ କଲି ଦ୍ରୌପଦୀଙ୍କୁ ଭୋଟ ଦେଇଛି । ଏ ପ୍ରସଙ୍ଗରେ ଦଳୀୟ ଭିତ୍ତିରେ ଆଲୋଚନା ହେବ । ମୁଁ କିନ୍ତୁ ବ୍ୟକ୍ତିଗତ ଭାବେ ଏଭଳି ନିଷ୍ପତ୍ତି ନେଇଛି ।

Get real time updates directly on you device, subscribe now.