fbpx

ଆଜିଠୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ନୂଆ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଶପଥ ସମାରୋହରେ ଯୋଗ ଦେବେ

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଆଜିଠୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ଏ ନେଇ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୫ ତାରିଖରେ ନବ ନିର୍ବାଚିତ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଶପଥଗ୍ରହଣ ଉତ୍ସବରେ ଶ୍ରୀ ପଟ୍ଟନାୟକ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଏଥିନେଇ ତାଙ୍କୁ ନିମନ୍ତ୍ରଣ ମଧ୍ୟ କରାଯାଇଛି । ଆସନ୍ତା ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ ।ତାଙ୍କର ଏହି ଗସ୍ତ ସମୟରେ ସେ କେତେକ କେନ୍ଦ୍ର ମନ୍ତ୍ରୀଙ୍କୁ ସାକ୍ଷାତ୍‌ କରିବା ସହ ବିଜେଡି ସାଂସଦମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ସୂଚନାଯୋଗ୍ୟ ଯେ, ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀ ହୋଇଥିଲେ ମଧ୍ୟ ଓଡ଼ିଶାରେ ବିଜେଡି ପ୍ରଚାରର ମଙ୍ଗ ସମ୍ଭାଳିଥିଲା । ଏହି କାରଣରୁ ଅଣ ଏନ୍‌ଡିଏ ଓ ଅଣ ୟୁପିଏ ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀ ପଟ୍ଟନାୟକଙ୍କ ସମେତ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀ ଶପଥ ସମାରୋହରେ ସାମିଲ ହେବାର ଜଣାପଡିଛି ।

Get real time updates directly on you device, subscribe now.