fbpx

ଓଡ଼ିଶାରେ ୧୦୧୧ କରୋନା ପଜିଟିଭ ଚିହ୍ନଟ: ଚାଲିଗଲା ଜଣଙ୍କ ଜୀବନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ପୁଣି ଦୈନିକ ସଂକ୍ରମଣ ହଜାରେ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୪୨୦ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୫୯୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୩୦ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୮୦, କଟକରୁ ୮୧, ଷ୍ଟେଟପୁଲରୁ ୪୨, ସମ୍ବଲପୁରରୁ ୧୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ୨୪ ଘଣ୍ଟାରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ଭଦ୍ରକର ୫୩ ବର୍ଷିୟ ବୃଦ୍ଧ ବୋଲି ସୂଚନା ମିଳିଛି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୬, ୫୧୦କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୭୪୪୦ ରହିଛି । ୨୪ ଘଣ୍ଟା ମଧ୍ୟରେ ୯୧୫ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୯,୮୮୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.