fbpx

ମୁଖ୍ୟମନ୍ତ୍ରୀଙ୍କୁ ଫୋନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୫ା୪: କରୋନା ସାରା ବିଶ୍ୱରେ ହଇଚଇ ସୃଷ୍ଟି କରିସାରିଲାଣି । ଦିନକୁ ଦିନ କରୋନା ପାଇଁ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନା ମୁକାବିଲା ନେଇ ନବୀନଙ୍କ ସହ ମୋଦି ଫୋନ ଯୋଗେ ଆଲୋଚନା କରିଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ହଜାର ଟପିଥିବା ବେଳେ ୭୭ଜଣଙ୍କର ମୃତ୍ୟୁ ମଧ୍ୟ ହୋଇସାରିଛି । ଏହାସହ ଓଡ଼ିଶାରେ ମଧ୍ୟ ୨୧ଜଣ ଆକ୍ରାନ୍ତ ଥିବା ନେଇ ସୂଚନା ମିଳିଛି ।

Get real time updates directly on you device, subscribe now.