fbpx

ରାଜ୍ୟରେ ବନ୍ୟାସ୍ଥିତି ଗମ୍ଭୀର: ୧୦ ଜିଲ୍ଲାର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ସପ୍ତାହକ ପାଇଁ ମିଳିବନି କୌଣସି ଛୁଟି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଉପରମୁଣ୍ଡରେ ଅଧିକ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଟି ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ସପ୍ତାହକ ପାଇଁ ବାତିଲ କରିଛନ୍ତି । ଯେଉଁ କର୍ମଚାରୀମାନେ ଛୁଟିରେ ଅଛନ୍ତି ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ କାହାରିକୁ ଛୁଟିରେ ଯିବାକୁ ଅନୁମତି ମିଳିବ ନାହିଁ ।

ସୂଚନାଯୋଗ୍ୟ ହୀରାକୁଦର ୪୦ଟି ଗେଟ୍‌ ଖୋଲିଥିବାବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉ। ବନ୍ୟାଜଳ ବିଭିନ୍ନ ଗ୍ରାମ ପାଣିରେ ବୁଡି ରହିଛି। ଅନେକ ସ୍ଥାନରେ ଲୋକଙ୍କୁ ଉଦ୍ଧାର କରାଯାଉଛି।

Get real time updates directly on you device, subscribe now.