fbpx

୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା: ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଫଳରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଉଛି । ତେଣୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୧୦ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ତରଫରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ରାଜ୍ୟର ୪ଟି ଜିଲ୍ଲାରେ ଆସନ୍ତାକାଲିଠୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ ସମେତ ମୟୁରଭଞ୍ଜ ଏବଂ କେଉଁଝରରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂର ଅନ୍ତର୍ଭୁକ୍ତ କରାଯାଇଛି । ସେହିପରି ଅନ୍ୟ ୧୦ଟି ଜିଲ୍ଲାରେପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ସମେତ ଢେଙ୍କାନାଳ ଏବଂ କଟକ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ । ଏହାବ୍ୟତୀତ ପୁରୀ, ଗଞ୍ଜାମ, ଗଜପତି ଓ ଖୋର୍ଦ୍ଧା ଜିଲ୍ଲା ଆଦିରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Get real time updates directly on you device, subscribe now.